ପ୍ରଶ୍ନ ୧୭
ବାଇବଲ ଆପଣଙ୍କ ପରିବାରକୁ କିପରି ସାହାଯ୍ୟ କରିପାରିବ ?
ସ୍ୱାମୀ/ପିତାମାନେ
‘ଠିକ୍ ସେହିଭଳି ପତିମାନେ ନିଜ-ନିଜ ପତ୍ନୀଙ୍କୁ ପ୍ରେମ କରିବା କଥା । ନିଜ ଶରୀରକୁ ପ୍ରେମ କରିଲା ଭଳି ପ୍ରେମ କରିବା କଥା । ଯେଉଁ ଲୋକ ନିଜ ପତ୍ନୀକୁ ପ୍ରେମ କରେ, ସେ ନିଜ ଶରୀରକୁ ପ୍ରେମ କରେ । କୌଣସି ଲୋକ ନିଜ ଶରୀରକୁ କେବେହେଲେ ଘୃଣା କରେ ନାହିଁ । ପ୍ରତ୍ୟେକ ଲୋକ ନିଜର ଶରୀର ପାଇଁ ଖାଦ୍ୟ ଖାଏ ଓ ଶରୀରର ଯତ୍ନ ନିଏ . . . ତୁମ୍ଭ ଭିତରୁ ପ୍ରତ୍ୟେକ ଜଣ ନିଜକୁ ଭଲ ପାଇଲା ଭଳି ନିଜ ପତ୍ନୀକୁ ଭଲ ପାଇବା ଉଚିତ ।’
ଏଫିସୀୟ ୫:୨୮, ୨୯, ୩୩ (ଇଜି ଟୁ ରିଡ୍ ଭର୍ସନ୍)
“ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର ।”
ଏଫିସୀୟ ୬:୪
ପତ୍ନୀମାନେ
“ପ୍ରତ୍ୟେକ ପତ୍ନୀ ନିଜର ପତିକୁ ସମ୍ମାନ କରିବା ଉଚିତ ।”
ଏଫିସୀୟ ୫:୩୩ (ଇଜି ଟୁ ରିଡ୍ ଭର୍ସନ୍)
“ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତ ହୁଅ ।”
କଲସୀୟ ୩:୧୮
ପୁଅଝିଅମାନେ
“ହେ ପିଲାମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ; କାରଣ ତାହା ଯଥାର୍ଥ । ଆପଣା ପିତାମାତାଙ୍କୁ ସମାଦର କର (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା), ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ ।”
ଏଫିସୀୟ ୬:୧-୩
“ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର ।”
କଲସୀୟ ୩:୨୦