ଓ୍ଵାଚଟାଓ୍ଵର ଅନଲାଇନ୍ ଲାଇବ୍ରେରୀ
ଓ୍ଵାଚଟାଓ୍ଵର
ଅନଲାଇନ୍ ଲାଇବ୍ରେରୀ
ଓଡ଼ିଆ
  • ବାଇବଲ
  • ପ୍ରକାଶନ
  • ସଭା
  • igw ପୃଷ୍ଠା ୨୮-୨୯
  • ପ୍ରଶ୍ନ ୧୮: ପରମେଶ୍ୱରଙ୍କ ପାଖକୁ ଆମେ କେମିତି ଆସିପାରିବା ?

ଏ ସମ୍ୱନ୍ଧରେ କୌଣସି ଭିଡିଓ ଉପଲବ୍ଧ ନାହିଁ ।

ଭିଡିଓ ଲୋଡିଙ୍ଗ୍ ହେବାରେ କିଛି ତ୍ରୁଟି ରହିଛି । ଆମେ ଦୁଃଖିତ ।

  • ପ୍ରଶ୍ନ ୧୮: ପରମେଶ୍ୱରଙ୍କ ପାଖକୁ ଆମେ କେମିତି ଆସିପାରିବା ?
  • ପରମେଶ୍ୱରଙ୍କ ବଚନର ପରିଚୟ
ପରମେଶ୍ୱରଙ୍କ ବଚନର ପରିଚୟ
igw ପୃଷ୍ଠା ୨୮-୨୯

ପ୍ରଶ୍ନ ୧୮

ପରମେଶ୍ୱରଙ୍କ ପାଖକୁ ଆମେ କେମିତି ଆସିପାରିବା ?

“ଆହେ, ପ୍ରାର୍ଥନାଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ ।”

ଗୀତସଂହିତା ୬୫:୨

“ତୁମ୍ଭେ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର ଓ ନିଜ ସୁବିବେଚନାରେ ଆଉଜି ପଡ଼ ନାହିଁ । ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ ।”

ହିତୋପଦେଶ ୩:୫, ୬

“ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ ।”

ଯୋହନ ୧୭:୩

“ସେ [ପରମେଶ୍ୱର] ଆମ୍ଭମାନଙ୍କର କାହାଠାରୁ ଦୂରରେ ନାହାନ୍ତି ।”

ପ୍ରେରିତ ୧୭:୨୭

“ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ ।”

ଫିଲିପ୍‌ପୀୟ ୧:୯

“ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ ।”

ଯାକୁବ ୧:୫

“ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର ।”

ଯାକୁବ ୪:୮

“ଈଶ୍ୱରଙ୍କୁ ପ୍ରେମ କରିବାର ଅର୍ଥ ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାରସ୍ୱରୂପ ନୁହେଁ ।”

୧ ଯୋହନ ୫:୩

    ଓଡ଼ିଆ ପ୍ରକାଶନ (୧୯୯୮-୨୦୨୬)
    ଲଗ ଆଉଟ
    ଲଗ ଇନ
    • ଓଡ଼ିଆ
    • ଅନ୍ୟକୁ ପଠାନ୍ତୁ
    • ପ୍ରାଥମିକତା
    • Copyright © 2026 ୱାଚଟାୱର ବାଇବଲ ଏଣ୍ଡ ଟ୍ରାକ୍ଟ ସୋସାଇଟି ଅଫ ପେନସିଲଭାନିଆ
    • ବ୍ୟବହାରର ସର୍ତ୍ତାବଳୀ
    • ଗୋପନୀୟତାର ନୀତି
    • ଗୋପନୀୟତା ସେଟିଙ୍ଗ୍‌ସ
    • JW.ORG
    • ଲଗ ଇନ
    ଅନ୍ୟକୁ ପଠାନ୍ତୁ